ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ବ୍ରହ୍ମପୁର ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

Spread the love

ଉପଖଣ୍ଡ ସ୍ତରୀୟର ସମୁଦାୟ ମୋଟ ୮୮ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।

ବ୍ରହ୍ମପୁର,(ପିବିନ୍ୟୁଜ୍) ତା ୨୭.୦୨.୨୦୨୩ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣୀରେ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଶ୍ରବଣ ବିବେକ ଏମ, ବ୍ରହ୍ମପୁର ଉପଜିଲ୍ଲାପାଳ ଆଶୁତୋଷ କୁଲକର୍ଣୀ ଉପସ୍ଥିତ ଥିଲେ l ଆଜି ଉପଖଣ୍ଡ ସ୍ତରୀୟର ସମୁଦାୟ ମୋଟ ୮୮ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୮୦ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୭ଟି ଓ ୮୨ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ରେଡ୍ କ୍ରସ୍ ତରଫରୁ ଜଣଙ୍କୁ ୨୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା l ଆଜିର ଏହି ଅଭିଯୋଗ ଶୁଣାଣୀ ଶିବିରରେ ମୁଖ୍ୟତଃ ଭତ୍ତା, ଶିକ୍ଷା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ଜଳ ସେଚନ,ଗୃହ ନିର୍ମାଣ,ରାସନ୍ କାର୍ଡ, ମନରେଗା, ରାସ୍ତା ସମସ୍ୟା ଗୁଡ଼ିକ ଉପରେ ଅଭିଯୋଗ ଆସିଥିଲା l ମିଳିତ ଜନ ଅଭିଯୋଗ ଶୁଣାଣୀର ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ l

Leave a Reply

Your email address will not be published. Required fields are marked *